Oplus_131072

କଟକ ବଡ଼ ମେଡିକାଲରେ ରୋଗୀଙ୍କୁ ଦୁଷ୍କର୍ମ ଘଟଣାରେ ତଦନ୍ତ ପାଇଁ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଟିମ୍। ଗତକାଲି ତଦନ୍ତ ନିର୍ଦ୍ଦେଶ ପରେ ଆଜି ଏସସିବିରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ୩ ଜଣିଆ ଟିମରେ ଡିଏମଇଟି ସନ୍ତୋଷ ମିଶ୍ର ଅଧ୍ୟକ୍ଷତାରେ ଏହି କମିଟିରେ ଯୁଗ୍ମ ଡିଏମଇଟି ରୋମା ରତନ ଓ ଏସସିବି ଅଧୀକ୍ଷକ ସୁଧାଂସୁ ମିଶ୍ର ରହିଛନ୍ତି। ଏହି ଟିମ ମେଡିକାଲ କଲେଜରେ ପହଁଚି ତଦନ୍ତ କରିବା ସହ ଏସସିବି ସୁପରିଟେଣ୍ଡେଣ୍ଟ ଓ ଏସସିବି ମେଡିକାଲ କଲେଜ ଡିନ ପ୍ରିନସିପାଲଙ୍କ ସହ ଆଲୋଚନା କରିଛନ୍ତି। ତଦନ୍ତ କମିଟିର ସୂଚନା ପରେ ତାଙ୍କୁ ସସପେଣ୍ଡ କରାଯିବ କି ନାହିଁ ସୂଚନା ଦିଆଯିବ ବୋଲି ଟିମ ପକ୍ଷରୁ କୁହାଯାଇଛି। ପ୍ରିଲିମିନାରି ରିପୋର୍ଟ୍ ସରକାରଙ୍କୁ ପ୍ରଦାନ କରାଯିବ। କାର୍ଡିଓଲୋଜି ବିଭାଗର ମୁଖ୍ୟ, ପ୍ରଫେସର ଓ ଉପସ୍ଥିତ ଥିବା ସମସ୍ତ କର୍ମଚାରୀଙ୍କୁ ପଚାର ଉଚରା କରାଯିବ। ଏସ ଓ ପି ପାଳନ ହୋଇଥିଲା ନା ନାହିଁ ତାହାର ଅନୁଧ୍ୟାନ କରାଯିବ। ଆଗାମୀ ଦିନରେ ଏଭଳି ଘଟଣାର ଯେମିତି ପୁନରାବୃତ୍ତି ନ ହୁଏ ସେଥିପାଇଁ ପ୍ରୋଟୋକଲ୍ ପ୍ରସ୍ତୁତ ହେବା ନେଇ ସୂଚନା ଦେଇଛନ୍ତି ଡିଏମଇଟି ପ୍ରଫେସର ଡାକ୍ତର ସନ୍ତୋଷ କୁମାର ମିଶ୍ର। କଟକ ବଡ଼ଡାକ୍ତରଖାନା ହୃଦରୋଗ ବିଭାଗକୁ ଗତ ରବିବାର ଜଣେ ପିଜି ଦ୍ବିତୀୟ ବର୍ଷ ଡାକ୍ତରୀ ଛାତ୍ର ତାଙ୍କ ମା’ ଓ ମାଇଁଙ୍କୁ ଚିକିତ୍ସା ପାଇଁ ଆଣିଥିଲେ। ଉଭୟ ହୃଦ୍ରୋଗରେ ଆକ୍ରାନ୍ତ ହୋଇଥିଲେ। ସେଦିନ ଛୁଟି ଥିବାରୁ ବିଭାଗ ଏକପ୍ରକାର ଖାଲିଥିଲା। ଡାକ୍ତର ଦିଲବର ସିଂହ ଠାକୁର ସେମାନଙ୍କୁ ଇକୋ ରୁମକୁ ନେଇ ଯାଇଥିଲେ। ଅନ୍ୟ କୌଣସି କର୍ମଚାରୀ ସେଠାରେ ନଥିବା ବେଳେ ଦିଲବର ସେମାନଙ୍କର ପରୀକ୍ଷା ଆଳରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏସସିବି ମେଡିକାଲ କଲେଜ ପରିସରରେ ଦୁଇ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଡାକ୍ତର ଦିଲବର ସିଂହ ଠାକୁରଙ୍କୁ ଗିରଫ କରାଯାଇଛି। ମଙ୍ଗଳାବାଗ ଥାନା ପୋଲିସ ଗିରଫ କରି ତାଙ୍କୁ କୋର୍ଟ ଚାଲାଣ କରିଛି।

Leave a Reply

Your email address will not be published. Required fields are marked *