ଚଳିତ ବର୍ଷ ୫ ଲକ୍ଷ ୨ ହଜାର ୪୧୭ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ୩୨୭୨ଟି ବିଦ୍ୟାଳୟରେ ଶତ ପ୍ରତିଶତ ରେଜଲ୍ଟ । ୧୭ ହଜାର ୩୮୪ ଜଣ ଛାତ୍ରୀଛାତ୍ର ଫେଲ୍ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୪୦ ହଜାର ୨୫୧ ଛାତ୍ର କୃତକାର୍ଯ୍ୟ ହୋଇଥିବା ବେଳେ ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ସବୁଥର ପରି ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି। ପୁଅଙ୍କ ପାସ୍ ହାର ୯୪% ଥିବାବେଳେ ଝିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି।