ସପ୍ତଦଶ ବିଧାନସଭା ଅଧିବେଶନର ଆଜି ଅଷ୍ଟମ ଦିନରେ ସରଗରମ ହୋଇଛି ଗୃହ। ବିଧାନସଭାରେ ପୂର୍ବ ସରକାରଙ୍କ ଉପରେ ଦୋଷ ଲଦିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ବିଜେଡି ନେତାଙ୍କ ଜରିଆରେ ଧନୀ ଲୋକ ହାତେଇଛନ୍ତି ରାସନକାର୍ଡ । ବିଜେଡି ସରକାର ସମୟରେ ରାସନ ଡିଲର ସବୁ ଖାଇ ଖୋଳ କରିଦେଇଛନ୍ତି। ନିର୍ବାଚନ ବେଳେ ସେଇମାନେ ବିଜେଡି ପାଇଁ ଟଙ୍କା ବାଣ୍ଟୁ ଥିଲେ।
୮୦ ପ୍ରତିଶତ ଲୋକ ମାଗଣା ଚାଉଳ ପାଉଥିବା ଭୁତ ହିତାଧିକାରୀ ଖୁବଶୀଘ୍ର ଯୋଜନାରୁ ବାଦ ପଡ଼ିବେ। ରାଜ୍ୟରେ ଏବେ ସୁଦ୍ଧା ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାସନ କାର୍ଡଧାରୀଙ୍କୁ ଚିହ୍ନଟ କରାଯାଇଛି। ସରକାର ଏବେ ଆଧାରଭିତ୍ତିକ ଇ-କେୱାଇସି ଲାଗୁ କରିଛନ୍ତି। ମୃତକଙ୍କ ନାଁ ମଧ୍ୟ ତାଲିକାରୁ ବାଦ ଦିଆଯାଉଛି। ଏବେ ଯେଉଁମାନେ ଆବେଦନ କରିଛନ୍ତି ତାହାର ଯାଞ୍ଚ କରାଯାଇ ରାସନ କାର୍ଡ ଦିଆଯିବାର ବ୍ୟବସ୍ଥା କରାଯାଉଛି। ଯଦି ବର୍ତ୍ତମାନ ସେମିତି କେହି ଦୁର୍ନୀତି କରନ୍ତି ସେମାନଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି।ସେ ଆଉ ମଧ୍ଯ କହିଛନ୍ତି ଆମ ସରକାର ବିଭାଗ ଭୂତ ହିତାଧିକାରୀ ଏବଂ ଧନୀ ଲୋକଙ୍କୁ ରାସନ କାର୍ଡରୁ ବାଦ ଦେଉଛନ୍ତି। ଗରିବ ଲୋକଙ୍କୁ ବାଦ ଦିଆଯାଉନି କି ଯିବ ନାହିଁ। ଯେଉଁ ପରିବାରର ବାପପୁଅ ଅଲଗା ରହୁଥିବେ ଉଭୟଙ୍କୁ ରାସନକାର୍ଡ ଦେବାର ବ୍ୟବସ୍ଥା କରାଯିବ।

