ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଏହି ଘୋଷଣା ଚାଷୀଙ୍କ ମନରେ ନୂଆ ଆଶାର ସଞ୍ଚାର କରିବ। ଧାନ ନଷ୍ଟ ହେଲେ କ୍ଷତିପୂରଣ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ମଣ୍ଡିରେ ଧାନର ସୁରକ୍ଷା ପାଇଁ ଜରି ପାଲର ବ୍ୟବସ୍ଥା କରାଯାଇଛି ।