ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସାକ୍ଷାତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଆଗାମୀ ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସମୟର ଫଟୋ ପିଏମଓ ପକ୍ଷରୁ ସୋସିଆଲ ମିଡିଆରେ ସେୟାର କରାଯାଇଛି ।
ଅନ୍ୟପଟେ ଏହି ସାକ୍ଷାତ କାର ଓ ନିମନ୍ତ୍ରଣ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ପ୍ରବାସୀ ଭାରତୀୟଙ୍କ ସହ ସାଧାରଣ ଜନତା ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଆୟୋଜନ ଆହୁରି ଭବ୍ୟ ହେବ।
