‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମାର୍ଗଦର୍ଶିକା ଆଜି ବିଜ୍ଞପ୍ତି ଜାରି କରାଯାଇଛି। ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ବିକାଶମୂଳକ ପ୍ରକଳ୍ପ କରାଯିବ। ବ୍ଲକସ୍ତରରେ ବାର୍ଷିକ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଯୋଜନା କରାଯିବ ବୋଲି ଗାଇଡ୍‌ଲାଇନ୍‌ ଜାରି କରାଯାଇଛି।

ଏହି ଯୋଜନା ଦ୍ବାରା ଗ୍ରାମାଞ୍ଚଳରେ ମୌଳିକ ଭିତ୍ତିଭୂମିର ବିକାଶ ନିମନ୍ତେ ବିଭିନ୍ନ ସ୍ଥାୟୀ ଉନ୍ନୟନମୂଳକ ପ୍ରକଳ୍ପମାନ ଯଥା ଅପହଞ୍ଚ ଗାଁକୁ ରାସ୍ତା ଦ୍ୱାରା ସଂଯୋଗୀକରଣ , ସର୍ବସାଦାରଣଙ୍କ ସୁବିଧା ପାଇଁ ସମ୍ପଦ ସୃଷ୍ଟି କରିବା, ଶିକ୍ଷା ଏବଂ କ୍ରୀଡା ଭିତ୍ତିଭୂମିର ଉନ୍ନତିକରଣ , କ୍ଷୁଦ୍ର ପର୍ଯ୍ୟଟନ ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ ହୋଇପାରିବ ।

Leave a Reply

Your email address will not be published. Required fields are marked *