
ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ରାଜ୍ୟ ସରକାର କ୍ୟାବିନେଟ୍ରେ ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଘୋଷଣା କରିଛନ୍ତି ।
ଏପର୍ଯ୍ୟନ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ମଧ୍ୟାହ୍ନ ଭୋଜନ କରୁଥିଲେ । କିନ୍ତୁ ଆଗାମୀ ଦିନରେ ନବମ ଓ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯିବ ।
