Oplus_131072

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ୧୨ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ପ୍ରବଳ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ବାଲାଂଦେଶ ପଶ୍ଚିମ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଆଜି ଲଘୁଚାପର ରୂପ ନେଇପାରେ। ପ୍ରଭାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ଯର ବିଭିନ୍ନ ସ୍ଥାନରେ ବର୍ଷା ହେବାନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।

ସକାଳୁ ଟୁଇନସିଟି ଭୁବନେଶ୍ବର ଓ କଟକରେ ଝିପିଝିପି ବର୍ଷା ହେଉଛି। ଆଗକୁ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢିପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଆଜି ବର୍ଷା ପାଇଁ ରାଜ୍ଯର ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏଣୁ ମତ୍ସ୍ଯଜୀବୀ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ସମୁଦ୍ରରେ ରହିଥିଲେ ତୁରନ୍ତ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି ଏସଆରସି।

Leave a Reply

Your email address will not be published. Required fields are marked *