ଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଚଳିତ ଆର୍ଥିକ ବର୍ଷରେ ହିଁ ଆମ ରାଜ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ସୂଚନା ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବାଧୀନ ନୂଆ ସରକାର ଆମ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ଘୋଷଣା କରିସାରିଛନ୍ତି। କେନ୍ଦ୍ରର ଆୟୁଷ୍ମାନ ଭାରତ ଯୋଜନା ଓ ରାଜ୍ୟର ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ।

