
ସୂଚନା ଅନୁସାରେ ଜାନୁଆରୀ ୧୯ ତାରିଖରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଗଣମାଧ୍ୟମରେ ଭାଇରାଲ ହୋଇଥିଲା । ଯେଉଁଥିରେ ରତ୍ନ ସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ମଧ୍ୟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଥିଲା। ଯାହାକୁ ନେଇ ବର୍ତ୍ତମାନ ପୁଲିସ୍ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହା ସହ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ପୁରୀ ପୋଲିସ ଘଟଣାର ତଦନ୍ତ କରୁଥିବା କହିଛନ୍ତି ପୁରୀ ଏସପି ।
