ପୁରୀ : ପୁରୀ ଶ୍ରୀମନ୍ଦିରରେ ବ୍ୟବହାର ହେଉଥିବା ଘିଅର ମାନ ଯାଞ୍ଚ ହେବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୋଠ ଭୋଗ, ବରାଦି ଭୋଗ ଓ ଅନ୍ୟାନ୍ୟ ଭୋଗରେ ଘିଅ ବ୍ୟବହୃତ ହୁଏ । ବ୍ୟବହୃତ ହେଉଥିବା ଘିଅର ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ମଙ୍ଗଳବାର ସୂଚନା ଦେଇଛନ୍ତି। ଏନେଇ ଓମ୍ଫେଡ୍ ଓ ଅନ୍ୟ ସଂସ୍ଥା ସହ ଆଲୋଚନା କରିବୁ । ଏକ ମାନକଯୁକ୍ତ ଘିଅ ଯୋଗାଣ ନେଇ ଆମେ ଆଲୋଚନା କରିବୁ । ଆବଶ୍ୟକ ପଡିଲେ ମହାପ୍ରସାଦ ଓ ଦୀପରେ ବ୍ୟବହୃତ ଘିଅ ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ କହିଛନ୍ତି। Post navigation ଆସନ୍ତା ୩୦ ତାରିଖ ସୁଦ୍ଧା ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଇଣ୍ଟରନାଲ କମ୍ପ୍ଲେନ କମିଟି ଗଠନ ହେବ: ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମଦିନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ