ଭୁବନେଶ୍ଵର: ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି।ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପ ଶିଳାନ୍ୟାସ କରିବା ନେଇ ସୂଚନା ରହିଛି। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ସୁଭଦ୍ରା ଯୋଜନା ରେ ଉପକୃତ ହେବେ। ଓଡିଶାର ପ୍ରାୟ ୧ କୋଟିରୁ ଅଧିକ ମହିଳା ଏହି ଯୋଜନାରେ ସୁଫଳ ପାଇବେ। ସେପଟେ ସମାନ ଦିନରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ର କରି ବିଶଖାପାଟଣାରେ ପହଞ୍ଚିବ। ଭୁବନେଶ୍ଵରରେ ୨୮୦୦ କୋଟି ଟଙ୍କା ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ। ୧ ହଜାର କୋଟିର ନ୍ୟାସନାଲ ହାଇଓ୍ବେ ପ୍ରକଳ୍ପ ର ମଧ୍ୟ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *